Search

ରାଶିଫଳ: ଶନିବାର, ମେ ୩୦ ତାରିଖ – Daily Horoscope

ମେଷ
ପରିସ୍ଥିତିର ବିଷମତା କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ବିବାଦୀୟ ସ୍ଥିତି ଉପତ୍ନ ହେବ। ଆବଶ୍ୟକତା ପୂରଣ ପାଇଁ କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା କରିପାରନ୍ତି। ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବାର ଆଶା ରହିଛି। ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମାନସିକ ଉଦ୍‌ବେଗ ବୃଦ୍ଧି ପାଇପାରେ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ନ ଚଳିଲେ କଳହ ଲାଗିପାରେ। ଆଜି ଦିନଟିରେ ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ଅସୁବିଧା ହେବ ନାହିଁ। ପରିବାର ସମସ୍ୟା ଭିତରେ ଗତିକଲେ ମଧ୍ୟ ନିଜକୁ ନିୟନ୍ତ୍ରଣରେ ରଖିପାରିବେ। ସହକର୍ମୀ ସହଯୋଗ କରି ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିପାରନ୍ତି ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ମଧ୍ୟରେ କାର୍ଯ୍ୟ ସମ୍ପନ୍ନ କରିବେ। ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ବ୍ୟବସାୟରେ ସମସ୍ୟା ବଡ଼ ଆକାର ଧାରଣ କରିପାରେ। ଏକ ଭିନ୍ନ ପରିବେଶରେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି।
କର୍କଟ
କର୍କଟ
ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଥିଲେ ମଧ୍ୟ ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଭୁଲ୍‌ ବୁଝାମଣାରୁ ପାରିବାରିକ କଳହକୁ କେନ୍ଦ୍ରକରି ଭାବପ୍ରବଣ ହୋଇପାରନ୍ତି।
ସି˚ହ
ସି˚ହ
ପରିବାର ଓ କର୍ମକ୍ଷେତ୍ରରେ ରହିଥିବା ବ୍ୟତିକ୍ରମ ବିଷୟ ଚିନ୍ତାକରି ମନ ବିଚଳିତ ରହିବ। ଆତ୍ମୀୟମାନଙ୍କ ସହ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ ଓ ଆନୁଷ୍ଠାନିକ କାର୍ଯ୍ୟ ସକାଶେ କୌଣସି ଅସୁବିଧା ହେବନାହିଁ। ପୂର୍ବରୁ ଲାଗି ରହିଥିବା କଚେରି ମାମଲା ଦୁଶ୍ଚିନ୍ତାକୁ ବଢ଼ାଇଦେଇପାରେ।
କନ୍ୟା
ଚନ୍ଦ୍ରଙ୍କ ଶୁଭତ୍ୱରୁ ଆଜି କୌଣସି ସମସ୍ୟା ବିଚଳିତ କରି ପାରିବ ନାହିଁ। ଧର୍ମଚର୍ଚ୍ଚା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ବନ୍ଧୁମାନଙ୍କ ସହ ଆଲୋଚନା କରିବାର ସୁଯୋଗ ଲାଭକରି କାର୍ଯ୍ୟ ହାସଲ କରିବେ। ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିପାରନ୍ତି।
ତୁଳା
ତୁଳା
ଆଜି ଆପଣ ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯତ୍ନ କଲେ ଚେଷ୍ଟା କଦାପି ବିଫଳ ହେବନି। ଶିଳ୍ପ, ବାଣିଜ୍ୟ ଓ ପରିବହନରେ ସଫଳତା ମିଳିବ। ସାଧାରଣ କଥାରୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେବ। ଯାନ୍ତ୍ରିକ ଜିନିଷର ମରାମତି, ରଚନାତ୍ମକ କାମ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି।
ବିଛା
ବିଛା
ମାନସିକ ସ୍ଥିତି ବଦଳିବା କାରଣରୁ ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ କିଛି ଅସୁବିଧା ହେବନି। କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। ସାମ୍ବାଦିକତା, ପ୍ରଶାସନ, ରାଜନୀତି , ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପଦସ୍ଥ ବ୍ୟକ୍ତିବିଶେଷଙ୍କ ଦେଖାସାକ୍ଷାତରୁ ଉପକୃତ ହେବେ।
ଧନୁ
ଧନୁ
ଅନ୍ୟମନସ୍କତା ଓ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସ୍ଥଗିତ କାମକୁ ପୂରା କରିପାରିବେ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବକେୟା ଅର୍ଥ ଆଦାୟ କରିବାରେ ଜଣେ ବନ୍ଧୁ ସାହାଯ୍ୟ କରିବାକୁ ଆଗେଇ ଆସିପାରନ୍ତି।
ମକର
ମକର
ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ ଓ ଆନୁସଙ୍ଗିକ ସାହାଯ୍ୟର ମଧ୍ୟ ଅଭାବ ରହିବ ନାହଁ। ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ମୂଲ୍ୟବାନ୍‌ ଜିନିଷ ପାଇଁ ବନ୍ଧୁଙ୍କ ସହ ତର୍କ ଓ ବିବାଦ ବଢ଼ିବାର ସୂଚନା ରହିଛି। ଯାତ୍ରାକାଳରେ ନୂତନ ବନ୍ଧୁଙ୍କ ସହ ମିତ୍ରତା ସୂତ୍ରରେ ଆବଦ୍ଧ ହୋଇପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରି ପ୍ରଶଂସିତ ହେବେ। ବନ୍ଧୁଙ୍କ ସାହାଯ୍ୟରୁ ଫେରନ୍ତା ବାଟରେ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ଚେଷ୍ଟା କରୁଥିବା କାମରେ, ଆନୁଷ୍ଠାନିକ କାର୍ଯ୍ୟ, କଚେରି ମାମଲାରେ, ଜମିଜମା ବିବାଦରେ ଉପକୃତ ହୋଇପାରନ୍ତି।
ମୀନ
ମୀନ
ପରିବାରରେ ସମସ୍ୟା ସାମ୍ନା କରି ନ ପାରି ବିଚଳିତ ହେବେ। ଭୁଲ୍‌ ବୁଝାମଣାରୁ ବନ୍ଧୁଙ୍କ ନିକଟରୁ ଅନାଦର ପାଇବେ। ଧାର୍ମିକ କାର୍ଯ୍ୟ, ସଭାସମିତି, ଆନୁଷ୍ଠାନିକ କାର୍ଯ୍ୟ, ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ଭଲ। ଦୋକାନବାଡି, ନିର୍ମାଣାଧୀନ କାର୍ଯ୍ୟ, ଯାତ୍ରା, ବିବାଦ ଏବଂ ସଭାସମିତି ପ୍ରଭୃତିରୁ ଖୁସି ଅନୁଭବ କରିପାରନ୍ତି।

Related to this topic:

Advertisement
Advertisement